ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ: ୩ ତାରିଖ ଯାଏଁ ପ୍ରବଳ ବର୍ଷା!

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ: ୩ ତାରିଖ ଯାଏଁ ପ୍ରବଳ ବର୍ଷା!

କନକ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ତିନି ଦିନ ପର୍ୟ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ମଧ୍ୟ କରାଯାଇଛି।

ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ।

ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସର୍ତକ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ, ଜଗତସିଂହପୁର,ବାଲେଶ୍ଵରରେ ପ୍ରବଳ ବର୍ଷା ନେଇ ସର୍ତକତା।

ସେହିପରି ଶୁକ୍ରବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର

ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନଗୁଡ଼ିକକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି। ରାସ୍ତା ଜଳମଗ୍ନ ଏବଂ ତଳିଆ ଅଞ୍ଚଳ ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାସହିତ ମତ୍ସ୍ୟଜୀବୀମାନଙ୍କୁ ସର୍ତକ ରହିବାକୁ କୁହାଯାଇଛି।

ଅନ୍ୟପଟେ ରାଜ୍ୟରେ ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଜୁନ ୧ରୁ ଏଯାବତ ୫୦୭.୦ମିମି ବର୍ଷା ରେକର୍ଡ ହୋଇଛି। କେବଳ ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe