ଆଗାମୀ ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ସମ୍ଭାବନା: ପ୍ରଭାବରେ ୧୯ରୁ ୨୨ ତାରିଖ ଯାଏଁ ହୋଇପାରେ ପ୍ରବଳ ବର୍ଷା 

806

କନକ ବ୍ୟୁରୋ: ଆଗାମୀ ୪୮ ଘଂଟା ମଧ୍ୟରେ ଉତର- ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏଁ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର  । ଅନ୍ୟ ୧୩ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଂଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେଓଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।