କନକ ବ୍ୟୁରୋ: କମିଲା ଘରୋଇ ଏଲପିଜି ରନ୍ଧନ ଗ୍ୟାସ ଦର । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ମହିଳାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଏକ୍ସରେ ପୋଷ୍ଟ କରିବା ସମୟରେ ନିଜେ ପିଏମ ମୋଦି ଏ ନେଇ ସୂଚନା ଦେଇଛନ୍ତି ।
ଆଜି ମହିଳା ଦିବସ ଅବସରରେ ସରକାର ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ରିହାତି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ମହିଳାଙ୍କ ଜୀବନ ସହଜ ହେବା ସହ କୋଟି କୋଟି ପରିବାରର ଆର୍ଥିକ ବୋଝ ମଧ୍ୟ ହ୍ରାସ ପାଇବ । ଏହି ପଦକ୍ଷେପ ପରିବେଶ ସୁରକ୍ଷାରେ ମଧ୍ୟ ସହାୟକ ହେବ, ଯାହା କି ପୂରା ପରିବାରର ସ୍ୱାସ୍ଥ୍ୟରେ ମଧ୍ୟ ଉନ୍ନତି ଆଣିବ ବୋଲି ମୋଦୀ ଟ୍ୱିଟ୍ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/03/10-6.jpg)