ଆଜିଠୁ କାକଟପୁର ମା’ ମଙ୍ଗଳାଙ୍କ ଝାମୁ ଯାତ୍ରା । ରାଜରାଜେଶ୍ୱରୀ ବେଶରେ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ।

97

କନକ ବ୍ୟୁରୋ: ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାରରୁ ଆରମ୍ଭ ହେଉଛି କାକଟପୁର ମାଆ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା । ଏକ ମାସ ଧରି ଚାଲିବ ଏହି ଯାତ୍ରା । ହୋଲିରେ ଯାତ୍ରା ଆରମ୍ଭ ହେଉଥିବା ବେଳେ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ । ମନ୍ଦିର ପ୍ରଶାସନ ପକ୍ଷରୁ ମାଆ ମଙ୍ଗଳାଙ୍କ ପାଇଁ ଏକ କେଜି ଓଜନର ସୁନା ମୁକୁଟ ପ୍ରସ୍ତୁତ କରାଯାଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ସକାଳୁ ନୀତିକାନ୍ତି ସରିବା ପରେ ଧାଡ଼ିରେ ଯାଇ ମାଆଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଝାମୁ ଯାତ୍ରା ପାଇଁ ମାନସିକଧାରୀ ମହିଳାଙ୍କ ପନ୍ଥେଇ ପୂଜା, ପାଟୁଆ ନୃତ୍ୟ, ଯାଦବ ଭାଇଙ୍କ ଲଉଡ଼ି ଖେଳର ପରମ୍ପରା ରହିଛି ।