ଆଗେ ଆଗେ ବଡ ଭାଇ, ପଛରେ ହଳଦୀ ମୁହିଁ: ବଡଦାଣ୍ଡେ ଗଡିଲା ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ

107

କନକ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଗୁଣ୍ଡିଚା ଯାତ୍ରା । ସିଂହଦ୍ୱାର ଛାଡି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିଲା ମା ସୁଭଦ୍ରାଙ୍କ ଦର୍ପଦଳନ ରଥ । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଥିଲା । ବଡ ଭାଇଙ୍କ ପଛେ ପଛେ ଏବେ ଆଗେଇ ଚାଲିଛନ୍ତି ମା ସୁଭଦ୍ରା । ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଅନୁସାରେ ଦର୍ପଦଳନ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିତ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଥିଲା ।