କନକ ବ୍ୟୁରୋ: ଆସନ୍ତା ୧୮ ତାରିଖରେ ମହାଶିବରାତ୍ରୀ । ଏଥିପାଇଁ ଆଜି ପ୍ରଭୁ ଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟ ହୋଇଛି । ସୂଚନା ମୁତାବକ ରାତି ୧୦ଟାରେ ମହାଦୀପ ଉଠିବ । ଏହାପରେ ଭକ୍ତିମାନେ ରାତି ୧୦ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ କରିପାରିବେ ।

Advertisment

ନିର୍ଘଣ୍ଟ ହୋଇଥିବା ନୀତି ମୁତାବକ ପ୍ରଭୁ ଲିଙ୍ଗରାଜଙ୍କର ରାତି ୩ଟାରୁ ମଙ୍ଗଳ ଆଳତୀ ଓ ଅବକାଶ ନୀତି କରାଯିବ । ଏହାପରେ ଭୋର ସାଢେ ୩ଟାରୁ ୧୧ଟା ଯାଏଁ ସାହାଣ ମେଲାଦର୍ଶନ ହେବ । ଦିନ ୧୨ଟାରେ ମହାସ୍ନାନ ହେବ । ଏହାପରେ ଅପରାହ୍ନ ୩.୪୫ରୁ ୪.୪୫ ପର୍ଯ୍ୟନ୍ତ ଘଣ୍ଟାଏ ଧରି ସାହାଣମେଲା ଦର୍ଶନ ହେବ । ତେବେ ସନ୍ଧ୍ୟା ୭ଟାରେ ଶ୍ରୀଜୀଉଙ୍କ ପହୁଡ ପଡିବ । ଏହାପରେ ସନ୍ଧ୍ୟା ଆଳତୀ, ମାଜଣା ଓ ଯାତ୍ରା ପୂଜା ହେବ ।

ଲିଙ୍ଗରାଜ ମନ୍ଦିରରେ ଏଥର ରାତି ୧୦ଟାରେ ମହାଦୀପ ଉଠିବ । ମହାଦୀପ ଉଠିବା ପରେ ଆଉ ଘଣ୍ଟା ଧରି ଭକ୍ତମାନେ ସାହାଣମେଲା ଦର୍ଶନ କରିବେ । ଏହାପରେ ଚାରିପ୍ରହର ପୂଜା, ହରିହର ଭେଟ ହେବା ସହିତ ଶେଷରେ ବଡସିଂହାର ବେଶ ହେଇ ପହୁଡ ପଡିବ ।