ଆଜି କୋର୍ଟରେ ହାଜର ହୋଇପାରନ୍ତି ମାହାଙ୍ଗା ବିଜେଡି ବିଧାୟକ ପ୍ରତାପ ଜେନା । ଅକ୍ଟୋବର ୩୧ ତାରିଖରେ ହାଜର ହେବାକୁ ନୋଟିସ୍ କରିଥିଲେ କୋର୍ଟ
କନକ ବ୍ୟୁରୋ: ମହାଙ୍ଗା ଡବଲ ମର୍ଡର ମାମଲା । ଆଜି କୋର୍ଟରେ ହାଜର ହୋଇପାରନ୍ତି ମାହାଙ୍ଗା ବିଜେଡି ବିଧାୟକ ପ୍ରତାପ ଜେନା । ଅକ୍ଟୋବର ୩୧ ତାରିଖରେ ହଜାର ହେବାକୁ ନୋଟିସ୍ କରିଥିଲେ ସାଲେପୁର ଜେଏମଏଫସି କୋର୍ଟ ।

Kanak News is now on WhatsApp
Join and get latest news updates delivered to you via WhatsApp
ଗତ ସେପ୍ଟେମ୍ବର ପ୍ରତାପଙ୍କ ବିରୋଧରେ ତଦନ୍ତ ଜାରି ରଖିବା ସହ ଭୁବନେଶ୍ୱର କୋର୍ଟକୁ ମାମଲା ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ତଥ୍ୟ, ପ୍ରମାଣ, ସାକ୍ଷୀଙ୍କ ବୟାନ ଆଧାରରେ ପ୍ରତାପଙ୍କ ବିରୋଧରେ ଆସିଥିବା ହତ୍ୟା ଅଭିଯୋଗର ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଉଭୟ ମାମଲାରେ ପ୍ରତାପ ଜେନାଙ୍କ ହାତ ଥିବା ଅଭିଯୋଗ କରିଥିଲା ବିଜେପି ।