କନକ ବ୍ୟୁରୋ: ମାହାଙ୍ଗା ଡ଼ବଲ ମର୍ଡ଼ର ଘଟଣାରେ ୨୯ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ । ଆସନ୍ତା ୨୯ ତାରିଖ ସୁଦ୍ଧା ଚାର୍ଜସିଟ୍ ଓ ସିଡ଼ିଆର ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ । ପୋଲିସକୁ ସାଲେପୁର ଜେଏମଏଫସି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।  ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ନୃତାଙ୍ଗ ପଞ୍ଚାୟତର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ବିଜେପି ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିଲା । ଏହି ଘଟଣା ପଛରେ ରାଜନୈତିକ ଶତ୍ରୁତା ଥିବା କୁହାଯାଇଥିଲା । ଏବେ କୋର୍ଟ ଏହି ଘଟଣାରେ ଚାର୍ଜସିଟ୍ ଓ ସିଡିଆର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Advertisment