ମାହାଙ୍ଗା ଡବଲ ମର୍ଡର ମାମଲା, ପ୍ରତାପ ଜେନାଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

647

କନକ ବ୍ୟୁରୋ : ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ପାଇଁ ବଢିଲା ଅଡୁଆ । ପ୍ରତାପଙ୍କ ନାମରେ ୩୦୨ ଦଫାରେ ମାମଲା ରୁଜୁ ହେବା ପରେ ଅକ୍ଟୋବର ୬ ତାରିଖରେ କୋର୍ଟରେ ହାଜର ହେବାକୁ ନୋଟିସ ଜାରି କରାଯାଇଛି ।

ସୂଚନା ଥାଉକି, ୨୦୨୧ ଜାନୁଆରୀ ୨ ତାରିଖ ସଂଧ୍ୟାରେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଦର୍ଶା ଯାଇଥିବାବେଳେ ପୋଲିସ ଚାର୍ଜସିଟ ଦାଖଲ ବେଳେ ତାଙ୍କ ନାଁକୁ କାଟି ଦେଇଥିବା ଅଭିଯୋଗ ହୋଇଥିଲା । କିନ୍ତୁ ଏହି ମାମଲାରେ ସାଲେପୁର ଜେଏମଏଫସି କୋର୍ଟ କହିଛନ୍ତି ଯେ, ଅଭିଯୋଗକାରୀ ଓ ସାକ୍ଷୀମାନଙ୍କ ବାୟନ ଏବଂ ବିଭିନ୍ନ ରେକର୍ଡପତ୍ର ଦେଖିଲେ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣ ଯୋଗ୍ୟ ତଥ୍ୟ ରହିଛି । ସେ ଜଣେ ବିଧାୟକ ହୋଇଥିବାରୁ ମାମଲାଟିକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ସମସ୍ତ ଅଭିଯୋଗକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିବା ସହ ନାର୍କୋଟେଷ୍ଟ ପାଇଁ ସେ ପ୍ରସ୍ତୁତ ଥିବା ପ୍ରତିକ୍ରିୟା ରଖିଛନ୍ତି ପ୍ରତାପ ଜେନା ।