ଜନ୍ମତିଥିରେ ସ୍ନାନ କରୁଛନ୍ତି ମହାପ୍ରଭୁ: ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

595

କନକ ବ୍ୟୁରୋ: ଜନ୍ମତିଥିରେ ସ୍ନାନ କରୁଛନ୍ତି ମହାପ୍ରଭୁ । ୧୦୮ ଗରା ସୁବାସିତ ଜଳରେ ସ୍ନା କଲେ ଶ୍ରୀଜିଉ । ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଆଜି ସଂପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହାପରେ ହାତୀ ବେଶରେ ମହାପ୍ରଭୁ ବିରାଜମାନ କରିବେ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।