କନକ ବ୍ୟୁରୋ: ପୁରୀରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର । ମହେଶ୍ୱରଙ୍କ ଶେଷ ଦର୍ଶନ ପାଇଁ ବାସଭବନ ଆଗରେ ଲୋକଙ୍କ ପ୍ରବଳ ଭିଡ଼ । ଏହା ପୂର୍ବରୁ ବିଜେଡି ପାର୍ଟି ଅଫିସ୍ରେ ତାଙ୍କ ପାର୍ଥିବ ଶରୀର ପହଁଚିବା ପରେ ତାଙ୍କ ଶେଷ ଦର୍ଶନ କରିଥିଲେ ଦଳୀୟ ନେତା, କର୍ମୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାର୍ଟି କାର୍ଯ୍ୟାଳୟରେ ପହଁଚି ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରିଛନ୍ତି । ଏହାପରେ ବିଧାନସଭାରେ ତାଙ୍କ ଉଦ୍ଦେଶ୍ୟରେ ଗାର୍ଡ ଅଫ୍ ଅନର ଦିଆଯାଇଛି । ଭୋର ୩ଟା ୨୫ରେ ଭୁବନେଶ୍ୱର ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଥିଲା । ବ୍ରେନ ଷ୍ଟୋକ୍ରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଥିଲା । ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ଗତ ୩୧ ତାରିଖରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ । ଏହା ପରେ ୧ ତାରିଖ ଦିନ ହସ୍ପିଟାଲରେ ଭର୍ତି କରାଯାଇଥିଲା ।