ଆହୁରି ୪ ଦିନ କାଳବୈଶାଖୀ : ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ସୂଚନା

625

କନକ ବ୍ୟୁରୋ : ଗ୍ରୀଷ୍ମ ପ୍ରବାହର ପ୍ରକୋପ କମିବା ପରେ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । କାଳବୈଶାଖୀର ପ୍ରଭାବ ଆଗାମୀ ୪ ଦିନ ଯାଏଁ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆକଳନ ଅନୁସାରେ, ମଙ୍ଗଳବାର ସକାଳ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ମଧ୍ୟ ସମ୍ଭାବନା ରହିଛି ।

କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି, ୨୬ ଓ ୨୭ ତାରିଖରେ ମଧ୍ୟ କାଳବୈଶାଖୀ ପ୍ରଭାବ ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ତେଣୁ ଏହି ସମୟରେ ଜନସାଧାରଣ ସ୍ଥାନୀୟ ପାଣିପାଗ ଉପରେ ନଜର ରଖିବା ସହ ବିଜୁଳି ଘଡ଼ଘଡ଼ି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ବର୍ଷା ପବନ ପ୍ରଭାବରେ ଅମଳକ୍ଷମ ରବି ଫସଲ ପ୍ରଭାବିତ ହେବାର ଆଶଙ୍କା ରହିଛି ।