କଟକ ବିଏସଏନଏଲ ଅଫିସରେ ଭୟାବହ ଅଗ୍ନିକାଣ୍ଡ: ବଜ୍ରକବାଟୀ ସ୍ଥିତ ଅଫିସରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

365

କନକ ବ୍ୟୁରୋ: କଟକ ସ୍ଥିତ ବିଏସଏନଏଲ ଅଫିସରେ ଭୟାବହ ଅଗ୍ନିକାଣ୍ଡ । କଟକ ସହରର ବଜ୍ରବାଟି ରୋଡଠାରେ ଥିବା ଭାରତ ସଂଚାର ନିଗମ ଲିମିଟେଡ୍ କାର୍ଯ୍ୟାଳୟର ଚତୁର୍ଥ ମହଲାରେ ଲାଗିଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ପହଂଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ସୂଚନା ମୁତାବକ, ଆଜି ଅପରାହ୍ଣରେ କଟକ ସହରର ବଜ୍ରକବାଟି ରୋଡଠାରେ ଥିବା ବିଏସଏନଏଲରେ ଅଫିସରେ ଅଗ୍ନିକାଣ୍ଡ ଘଟିବା ଯୋଗୁଁ ଟେଲିଫୋନ୍ ସେବା ବ୍ୟାହତ ହୋଇଛି। ଅଫିସର ଦ୍ୱିତୀୟ ତାଲାରେ ନିଆଁ ଲାଗିଛି। କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣାପଡ଼ି ନ ଥିଲେ ବି ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି। ସମସ୍ତ କର୍ମଚାରୀ ସୁରକ୍ଷିତ ଅଛନ୍ତି। ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି।