କନକ ବ୍ୟୁରୋ: ଲକଡାଉନ ସମୟରେ ଘରୋଇ ହିଂସା ରୋକିବାକୁ କମିଶନରେଟ୍ ପୋଲିସର ବଡ ପଦକ୍ଷେପ । ମହିଳାଙ୍କ ପାଇଁ ସବୁ ଥାନାରେ ଜାରି ହେବ ସ୍ୱତନ୍ତ୍ର ନମ୍ବର । ନିର୍ଯାତନା ନେଇ ମହିଳା ଫୋନ କଲେ ଘରକୁ ଯିବ ପୋଲିସ୍ । ପ୍ରଥମେ କାଉନସେଲିଂ କରାଯିବ । ସମାଧାନ ନହେଲେ ମାମଲା ରୁଜୁ କରିବ ପୋଲିସ୍ । ଏନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।
ଲକ୍ ଡାଉନ୍ ଯୋଗୁଁ ମହିଳାମାନେ ନିଜ ଘରେ ଅସୁରକ୍ଷିତ ରହୁଥିବାର ସୂଚନା ମିଳିଛି । କରୋନା ଭାଇରସ୍କୁ ହରାଇବା ପାଇଁ ଲକ୍ ଡାଉନ୍ ଲଗାଯାଇଛି । କିନ୍ତୁ ଏହି ସମୟରେ ବହୁ ସଂଖ୍ୟାରେ ମହିଳାମାନେ ନିଜ ସାଥୀଙ୍କ ହିଂସାର ଶିକାର ହେଉଛନ୍ତି । ଗତ କିଛି ସପ୍ତାହ ଭିତରେ ମହିଳାମାନେ ଘରୋଇ ହିଂସାର ଆକ୍ରମଣ ହେଉଥିବାର ମାମଲା ଦ୍ରୁତଗତିରେ ବଢିଚାଲିଛି ।
ଏଥିପାଇଁ ଚିନ୍ତା ପ୍ରକଟ କରିଛି କମିଶନରେଟ୍ ପୋଲିସ । ଏହାକୁ ଦୃଷ୍ଟିରେ ରଖି ମହିଳାଙ୍କ ପାଇଁ ସବୁ ଥାନାରେ ଜାରି ହେବ ସ୍ୱତନ୍ତ୍ର ନମ୍ବର । ନିର୍ଯାତନା ନେଇ ମହିଳା ଫୋନ କଲେ ଘରକୁ ଯିବ ପୋଲିସ୍ । ପ୍ରଥମେ କାଉନସେଲିଂ କରାଯିବ । ସମାଧାନ ନହେଲେ ମାମଲା ରୁଜୁ କରିବ ପୋଲିସ୍ । ଏନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/04/25-4.jpg)