ମଧ୍ୟପ୍ରଦେଶ ଡିଣ୍ଡୋରି ଅଞ୍ଚଳରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ୧୪ ମୃତ, ୨୧ ଜଣ ଆହତ ।

237

କନକ ବ୍ୟୁରୋ: ମଧ୍ୟପ୍ରଦେଶ ଡିଣ୍ଡୋରି ଅଞ୍ଚଳରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ପିକଅପ୍ ଭ୍ୟାନ୍ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୨୧ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏକ ଶାଦ ଖିଆ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପିକ୍ଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣା ପରେ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଯାଦବ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।