ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ । କବିସୂର୍ଯ୍ୟନଗର ସମାବେଶରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

919

କନକ ବ୍ୟୁରୋ : ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ । ଗଂଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ୱାନ ଦେଇଛନ୍ତି । ଏହାସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ରୁଣ ପ୍ରଦାନ କରିଛନ୍ତି । ସେହିପରି ଗ୍ରାମକଣ୍ଠ ଘରଡିହ ପଟ୍ଟା ମଧ୍ୟ ବାଂଟିଛନ୍ତି ମୁଖ୍ୟମନ୍ତ୍ରୀ । କବିସୂର୍ଯ୍ୟନଗର ଗସ୍ତ ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁରରେ ରହିଛି ।
ଜିଲ୍ଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ୨୨ ହଜାର ୨ ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨ କୋଟି ୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଂଟନ କରିବେ ମୁଖ୍ୟମନ୍ତ୍ରୀ ।