ବିଜେପିରେ ଯୋଗଦେଲେ ମମତା ମହନ୍ତ: ଗତକାଲି ବିଜେଡି ଓ ରାଜ୍ୟସଭା ସଦସ୍ୟତା ପଦରୁ ଦେଇଥିଲେ ଇସ୍ତଫା

Advertisment
ବିଜେପିରେ ଯୋଗଦେଲେ ମମତା ମହନ୍ତ: ଗତକାଲି ବିଜେଡି ଓ ରାଜ୍ୟସଭା ସଦସ୍ୟତା ପଦରୁ ଦେଇଥିଲେ ଇସ୍ତଫା

କନକ ବ୍ୟୁରୋ: ବିଜେପିରେ ଯୋଗଦେଲେ ମମତା ମହନ୍ତ । ଦିଲ୍ଲୀରେ ବିଜେପି କାର୍ଯ୍ୟାଳୟରେ ହେଲେ ସାମିଲ । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ମମତା । ରାଜ୍ୟସଭା ସଦସ୍ୟତା ପଦରୁ ମଧ୍ୟ ଦେଇଥିଲେ ଇସ୍ତଫା । ବିଜେପିରେ ସାମିଲ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ମମତା । କହିଲେ, କାଲି ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲି । ମୋତେ ବିଜେଡି ସୁଯୋଗ ଦେଇଥିବାରୁ କୃତଜ୍ଞ । ଲୋକଙ୍କ ସେବା ଓ ଜନକଲ୍ୟାଣ କରିବା ମୋର ଲକ୍ଷ୍ୟ । ମାତ୍ର ବିଜେଡି ମୋର ଆବଶ୍ୟକତା ମନେକରୁନି । କୁଡମୀ ସମାଜ ପାଇଁ ଅଧିକ କାମ କରିବାକୁ ଚାହୁଁଛି । ତେଣୁ ବିଜେପିରେ ସାମିଲ ହେବାକୁ ନିଷ୍ପତ୍ତି ନେଲି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe