ମମିତା ମେହେର ହତ୍ୟା ମାମଲା : ହାଇକୋର୍ଟରେ ରୁଜୁ ହେଲା ଆଉ ଏକ ମିସ କେସ୍

Advertisment
ମମିତା ମେହେର ହତ୍ୟା ମାମଲା : ହାଇକୋର୍ଟରେ ରୁଜୁ ହେଲା ଆଉ ଏକ ମିସ କେସ୍

କନକ ବ୍ୟୁରୋ : ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ହାଇକୋର୍ଟରେ ଆଉ ଏକ ମିସ କେସ୍ ହୋଇଛି । ଭାରତ ବିକାଶ ପରିଷଦ ପକ୍ଷରୁ ଆବେଦନ କରାଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସନସାଇନ ସ୍କୁଲକୁ ଯାଉଥିଲେ ଓ ଅନୈତିକ କାର୍ଯ୍ୟରେ ସମ୍ପୃକ୍ତ ଥିଲେ ବୋଲି ମମିତାଙ୍କ ବାପା ପୂର୍ବରୁ ଅଭିଯୋଗ ଆଣିଥିଲେ ବୋଲି ଆବେଦନରେ ଦର୍ଶାଇଛନ୍ତି ଆବେଦନକାରୀ ।

ମମିତାଙ୍କ ମୋବାଇଲ ଓ ଲାପଟପରେ ସେସବୁର ତଥ୍ୟ ରହିଥିଲା । କିନ୍ତୁ ଏହି ସବୁ ସାମଗ୍ରୀକୁ ଆଜି ପର୍ଯ୍ୟନ୍ତ ରିକଭରୀ କରାଯାଇନାହିଁ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କଲ ଡିଟେଲ୍ସର ଯାଂଚ କରାଯାଇ ନାହିଁ । ବରଂ ଅଭିଯୁକ୍ତଙ୍କୁ ଖସାଇବା ପାଇଁ ପୋଲିସ ଜାଣି ଶୁଣି ତଦନ୍ତକୁ ବାଟ ବଣା କରୁଛନ୍ତି । ଦୋଷୀଙ୍କୁ ସୁହାଇବା ଭଳି ତଥ୍ୟ ଦେଉଛନ୍ତି । ତେଣୁ ଡିଆଇଜି ଓ ଏସପିଙ୍କ ବିରୋଧରେ ୧୨୦ ବି ଧାରା ଲାଗୁ କରିବାକୁ ନିବେଦନ କରିଛନ୍ତି । ଏସପି ଓ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କୋର୍ଟରେ ନିବେଦନ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe