କନକ ବ୍ୟୁରୋ : କେନ୍ଦୁଝରରେ ଘରୋଇ କଳିରୁ ଭଉଣୀକୁ ଗୁଳି କଲା ଭାଇ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ ଘୋଷଣା କଲେ ଡାକ୍ତର । ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି କରି ହତ୍ୟା କରିଥିବା ଜଣାପଡିଛି । ହତ୍ୟା ପରେ ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ । ପାଣ୍ଡପଡା ଥାନା ସୋମଗିରି ଗାଁରେ ଏହି ଅଘଟଣ ଘଟିଛି ।
ସୂଚନାନୁସାରେ, ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଏକ କମ୍ପାନୀରେ ଗନମ୍ୟାନ ଭାବେ କାର୍ଯ୍ୟ କରେ । ପ୍ରସନ୍ନର ଦେହ ଖରାପ ଥିବାରୁ ସେ ତାର ଭଉଣୀ ମାଳତୀ ବାରିକକୁ ଟଙ୍କା ମାଗିଥିଲା । ସେ ନଦେବାରୁ ଭାଇ ପ୍ରସନ୍ନ ଉତକ୍ଷିପ୍ତ ହୋଇ ଭଉଣୀକୁ ନିଜ ବନ୍ଧୁକରୁ ଗୁଳି କରିଥିଲା । ଗୁଳିଟି ତଙ୍କର କାନ୍ଧ ତଳେ ବାଜି ଥିବାରୁ ଭଉଣୀ ମାଳତୀ ମୃତ୍ୟୁବରଣ କରିଛି ।