କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ । ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।
କଟକ ସିଡିଏ ସେକ୍ଟର-୭ରେ ଥିବା ୩ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ କରାଯାଇଛି । ସେହିପରି ଜଗତସିଂହପୁର କୁଜଙ୍ଗରେ ଥିବା ସମ୍ପର୍କୀୟଙ୍କ ଘର, ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟରେ ଚଢାଉ ହୋଇଛି । ଭିଜିଲାନ୍ସର ୩ଜଣ ଡିଏସପିଙ୍କ ନେତୃତ୍ୱରେ ଚଢାଉ ଜାରି ରହିଛି । ଏଥିରେ ୧୧ ଜଣ ଇନ୍ସପେକ୍ଟର , ୨ ଜଣ ସବ-ଇନ୍ସପେକ୍ଟର ସାମିଲ ଅଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/10/16-9.jpg)