କନକ ବ୍ୟୁରୋ : ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂର୍ଯ୍ୟ ନାରାୟଣ ପାତ୍ର ଚଳିତ ବିଧାନସଭାରେ ଆସୀନ ସଦସ୍ୟ ରହିଥିଲେ । ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ । ଏହାସହ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରିଛନ୍ତି ଗୃହର ସମସ୍ତ ସଦସ୍ୟ ।
ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଆଜି ଅପରାହ୍ନରେ ଅତିରିକ୍ତ ବଜେଟ ଆଗତ ହେବ । ପ୍ରାୟ ୨୧ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/09/16-14.jpg)