କନକ ବ୍ୟୁରୋ : ଜୁନ ୯ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ରହିଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରଜା ସୁଦ୍ଧା ଓଡ଼ିଶାରେ ଛୁଇଁପାରେ ମୌସୁମୀ ।
ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି । ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/06/kerala-rains-1657247982.jpg)