ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା । କେରଳ ଛୁଇଁପାରେ ମୌସୁମୀ, ରଜ ବେଳକୁ ଓଡ଼ିଶାରେ ହୋଇପାରେ ମୌସୁମୀ ବର୍ଷା । 

୪୮ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା : ପ୍ରଭାବରେ ୧୯ରୁ ୨୨ ଯାଏଁ ବର୍ଷା

କନକ ବ୍ୟୁରୋ :  ଜୁନ ୯ ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବା ପାଇଁ ପାଗ ଅନୁକୂଳ ରହିଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରଜା ସୁଦ୍ଧା ଓଡ଼ିଶାରେ ଛୁଇଁପାରେ ମୌସୁମୀ ।

ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି । ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe