କନକ ବ୍ୟୁରୋ: ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ । ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ଗୁଳିବିନିମୟ ଘଟିଛି । ଏହି ଘଟଣାରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି । ଯବାନମାନେ ନୂଆ କ୍ୟାମ୍ପ ନିର୍ମାଣ କରି ମାଓ ଗତିବିଧି ଅନୁଧ୍ୟାନ କରୁଥିବା ବେଳେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଉପସ୍ଥିତ ଥିବା କୋବ୍ରା, ଏସଟିଏଫ ଏବଂ ଡିଆରଜି ଫୋର୍ସର ମିଳିତ ଟିମ୍ ଆକ୍ରମଣର ଜବାବ୍ ଦେଇଥିଲେ । ଦୁଇ ପକ୍ଷର ଏହି ଗୁଳିବିନିମୟରେ ୩ଜଣ ଯବାନ ସହିଦ ହୋଇଛନ୍ତି । ତେବେ ସୁରକ୍ଷାବଳର ପ୍ରତି ଆକ୍ରମଣରେ ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ । ଜୋନାଗଡ଼-ଆଲିଗୁଡ଼ା ଅଞ୍ଚଳରେ ମାଓ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ଘଟଣା ଘଟିଛି । ୨୦୨୧ ମସିହାରେ ଏହି ଟେକଲଗୁଡେମ୍ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ ହୋଇଥିଲା ।
ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ । ୩ ଯବାନ ସହିଦ, ୧୪ ଜଣ ଆହତ
/kanak/media/post_attachments/wp-content/uploads/2024/01/1m6r4aoo_naxal-generic_625x300_26_March_19.jpg)