କନକ ବ୍ୟୁରୋ : ୩ ଦିନ ହେବ ବଢ଼ୁଥିବା ସଂକ୍ରମଣ ଆଜି ସାମାନ୍ୟ କମିଛି । ରାଜ୍ୟରେ ୨୪ ଘଂଟାରେ ୧୨୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୦୨ ଆକ୍ରାନ୍ତ ସଂଗରୋଧରୁ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫୦୬ ରହିଛି ।

Advertisment

ଖୋର୍ଦ୍ଧାରୁ ୩୯୯, ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୬୩ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୭୩ ଜଣ, ଦେବଗଡ଼ରୁ ୩୫ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୫୭ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୬ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୩ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୫୮ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଓ ଗଞ୍ଜାମ ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଠିକ୍ ସେହିପରି, ବାଲେଶ୍ବର ଜିଲ୍ଲାରୁ ୬ ଓ ଅନୁଗୁଳ ଜିଲ୍ଲାରୁ ୪ ଜଣ ମୃତକ ରହିଛନ୍ତି । ଅପରପକ୍ଷରେ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଥିବା ବେଳେ  ପୁରୀ, ମୟୂରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ରାୟଗଡ଼ା, ନୟାଗଡ଼, ସମ୍ବଲପୁର, ନୂଆପଡ଼ା, ଭଦ୍ରକ, କନ୍ଧମାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।

ରାଜ୍ୟରେ ମୋଟ ସଂକ୍ରମଣ ୯ ଲକ୍ଷ ୮୪ ହଜାର ୭୩୧ ରହିଛି । ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୫ ହଜାର ୩୭୦ଜଣ । ଏବେବି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୩ ହଜାର ୬ଜଣ । ୬୯ ହଜାର ୩୬୯ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୭୪ ପ୍ରତିଶତ ।