କନକ ବ୍ୟୁରୋ : ସାମାଜିକ ଦୂରତ୍ୱ ରକ୍ଷା ଭୁବନେଶ୍ୱର ମହାନଗର ନିଗମର ବଡ଼ ପଦକ୍ଷେପ । ଆଜିଠାରୁ ୪୫ ଦିନ ଯାଏଁ ଭୁବନେଶ୍ୱରର ଏଜି ଛକ ସ୍ଥିତ ଏକ ନମ୍ବର ହାଟକୁ ରାଜମହଲ ଛକକୁ ଉଠାଇବାକୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ହାଟରେ ଗହଳି ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ସାମାଜିକ ଦୂରତ୍ୱ ରକ୍ଷା ଲାଗି ଭୁବନେଶ୍ୱରସ୍ଥିତ ୟୁନିଟ୍-୧ ହାଟକୁ ରାଜମହଲ ଛକକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯାଇଛି। ଏଣିକି ୟୁନିଟ-୧ ହାଟର ପରିବା ବ୍ୟବସାୟୀ ଏଜି ଛକରୁ ରାଜମହଲ ମଧ୍ୟରେ ବସିବେ।
କିଛି ପରିବା ବ୍ୟବସାୟୀ ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ମଧ୍ୟ ବସିବେ ବୋଲି ଜଣାଯାଇଛି। ସେଠାରେ ଲୋକେ ନିର୍ଧାରିତ ଦୂରତାରେ ରହି କିଣାବିକା କରିବାକୁ ବି କଡ଼ା ନିର୍ଦେଶ ଦିଆଯାଇଛି। ତେବେ ମହାନଗରରେ ପନିପରିବା, ମାଛ, ମାଂସ ଓ ଅଣ୍ଡା ଦୋକାନ ଖୋଲା ରହିଥିବା ଦେଖିବାକୁ ମିଳୁଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/03/Vegetable-Market-Shifted-to-Raj-Mahal_Thumbnail-1-750x430.jpg)