ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା

172

କନକ ବ୍ୟୁରୋ : ରାଜ୍ୟରେ ବଢ଼ିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଏ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଏବେ ରାଜ୍ୟରେ କିଛି ମାତ୍ରାରେ ସଂକ୍ରମଣ ବଢ଼ିଛି । ଖୋର୍ଦ୍ଧାରେ ମଧ୍ୟ ସଂକ୍ରମଣ ବଢ଼ୁଛି । ଟେଷ୍ଟିଂ ସଂଖ୍ୟା ବଢ଼ିବ ବୋଲି କହିଛନ୍ତି ବିଜୟ ମହାପାତ୍ର ।

ଏହା ସହ ସେ କହିଛନ୍ତି ଯଦି କରୋନାର ଲକ୍ଷଣ ଥିବା ଦେଖୁଛନ୍ତି ପୁରୀ ଯାଆନ୍ତୁ ନାହିଁ । ଘରେ ରହି ଟିଭିରେ ରଥଯାତ୍ରା ଦେଖନ୍ତୁ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ପୁରୀରେ ହେଲଥ୍ କ୍ୟାମ୍ପ କରାଯିବ । ରଥଯାତ୍ରା ପାଇଁ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ସମୀକ୍ଷା କରିବା ନେଇ କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।