ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରେଧୀଙ୍କ ହଟ୍ଟଗୋଳ: ରୁଲିଂ ଆଣିଲେ ବାଚସ୍ପତି; ୨ ଦିନ ମଧ୍ୟରେ ଗୃହରେ ଉତର ରଖିବେ ଗଣଶିକ୍ଷା ମନ୍ତ୍ରୀ

656

କନକ ବ୍ୟୁରୋ:  ରାଜ୍ୟରେ ୟୁପି ସ୍କୁଲ ବନ୍ଦ ନେଇ ବିଧାନସଭାରେ ହଟ୍ଟଗୋଳ । ୟୁପି ସ୍କୁଲ ବନ୍ଦ ନେଇ ବାଚସ୍ପତିଙ୍କ ରୁଲିଂ । ଏନେଇ ଗୃହରେ ଉତର ରଖିବେ ଗଣଶିକ୍ଷାମନ୍ତ୍ରୀ । ୨ ଦିନ ଭିତରେ ଉତର ରଖିବେ ମନ୍ତ୍ରୀ । କାହିଁକି ସ୍କୁଲ ବନ୍ଦ ହେବ ଓ ପିଲା କୁଆଡେ ଯିବେ ଏବଂ ୧୪ ହଜାର ସ୍କୁଲ ବନ୍ଦ ହେଲେ ଶିକ୍ଷକ କଣ କରିବେ ସେ ନେଇ ଗୃହରେ ଉତର ରଖିବେ ମନ୍ତ୍ରୀ ସମୀର ଦାସ । ୟୁପି ସ୍କୁଲ ବନ୍ଦ ନେଇ ବିଜେପି ଓ କଂଗ୍ରେସ ସଭ୍ୟ ଗୃହର ମଧ୍ୟ ଭାଗରେ ହୋହାଲ୍ଲା କରିଛନ୍ତି ।

ହଟ୍ଟଗୋଳ ଯୋଗୁ ଗୃହକୁ ୧୫ ମିନିଟ ପାଇଁ ମୂଲତବୀ କରାଯାଇଥିଲା ।  କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସ୍କୁଲ ବନ୍ଦ ହେବା ପ୍ରସଙ୍ଗ ଗୃହରେ ଉଠାଇଥିଲେ । ଶିକ୍ଷା ହେଉଛି ସମସ୍ତ ମୌଳିକ ଅଧିକାର । ସରକାର ନିର୍ଦ୍ଦେଶ ଦିଅନ୍ତୁ ସ୍କୁଲ ବନ୍ଦ ନହେଉ । ପିଲା ଏତେ ଦୂର କେମିତି ପଢିବାକୁ ଯିବେ । ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ପଳାଇବ ବୋଲି ନରସିଂହ କହିଥଲେ । ସେହିପରି ବିରେଧୀ ଦଳ ଉପନେତା ବିଷ୍ଣୁ ସେଠୀ ୧୪ ହଜାର ସ୍କୁଲ ବନ୍ଦ ହେଲେ ପିଲା କୁଆଡେ ଯିବେ  ବୋଲି ପ୍ରଶ୍ନ କରିଛନ୍ତି ।

ସେପଟେ ୟୁପି ସ୍କୁଲ ବନ୍ଦ ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ଦେଇଛନ୍ତି । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ । ରାଜ୍ୟରେ ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ ରହିଛି । ୧୪ ହଜାର ସ୍କୁଲ ନୁହେଁ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି  ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରକିୟା ଆରମ୍ଭ ହୋଇଛି ।  ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତି ନେବେ ତାହା କାର୍ଯ୍ୟକାରୀ କରାଯିବ ।  ସ୍କୁଲ ବନ୍ଦ କରି ପିଲାଙ୍କୁ ହଇରାଣ କରିବା ରାଜ୍ୟ ସରକାରଙ୍କ ଉଦେଶ୍ୟ ନୁହେଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।