ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୫୦ରୁ ଅଧିକ ଦୋକାନ; ସର୍ଟସର୍କିଟରୁ ଅଗ୍ନିକାଣ୍ଡ ସନ୍ଦେହ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

152

କନକ ବୁରୋ : କେନ୍ଦୁଝର ଡେଲି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୫୦ରୁ ଅଧିକ ଦୋକାନ ଜଳିଯାଇଛି । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି । ତେବେ ନିଆଁ କେମିତି ଲାଗିଲା, ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ସର୍ଟ ସର୍କିଟରୁ ନିଆଁ ଲାଗିଛି ।