କେରଳ ୱାୟନାଡରେ ଭୟଙ୍କର ଭୂସ୍ଫଳନ ; ୧୨ଜଣ ମୃତ, ମାଟି ତଳେ ଶହେରୁ ଅଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା

କେରଳ ୱାୟନାଡରେ ଭୟଙ୍କର ଭୂସ୍ଫଳନ ; ୧୨ଜଣ ମୃତ, ମାଟି ତଳେ ଶହେରୁ ଅଧିକ ଲୋକ ଚାପି ହୋଇ ରହିଥିବା ଆଶଙ୍କା

କନକ ବ୍ୟୁରୋ: କେରଳରେ ଭୟଙ୍କର ଭୂସ୍ଖଳନ। କେରଳ ୱାୟନାଡରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ରହିଥିବା ସୂଚନା ରହିଛି । ଏହାସହ  ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ ରେସ୍କ୍ୟୁ ଅପରେସନକୁ ଜୋରଦାର କରାଯାଇଛି।

ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe