କନକ ବ୍ୟୁରୋ: ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର । ୪ ଜଣ ମୁଖ୍ୟ ଅଭିଯୁକ୍ତଙ୍କ ମଧ୍ୟରୁ କେବଳ ଜଣଙ୍କୁ ଗିରଫ କରାଯାଇଛି । ଏସପି କହିଛନ୍ତି ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । ଘଟଣାରେ ୧୧ଜଣ ଗିରଫ କରାଯାଇଛି ଆଗକୁ ଜାରି ରହିବ ଗିରଫଦାରୀ । ଏମାନଙ୍କ ବିରୋଧରେ ଦଫା ୩୬୫, ଦଫା ୩୦୭, ଦଫା ୧୪୭ ଦଙ୍ଗା, ଦଫା ୧୪୮, ଦଫା ୧୪୯ ଏବଂ ଦଫା ୩୯୫ ଲାଗିଛି । ଗଣମାଧ୍ୟମରୁ ଫଟୋ ଦେଖି ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।
ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି । ଆଉ କିଛି ଲୋକଙ୍କୁ ପଚରାଉଚରା କରାଯାଉଛି । ଗତକାଲି ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ୪୦ରୁ ୫୦ ଦୁର୍ବୃତ ମଣାନ୍ତକ ଆକ୍ରମଣ କରିଥିଲେ । ବୁଥ ଜବରଦଖଲ କରି ଭୋଟ ବାକ୍ସ ପୋଖରୀକୁ ଫିଙ୍ଗାଯାଉଥିବା ଭିଡିଓ ସୁଟ କରିଥିଲେ ସାମ୍ବାଦିକ । ଆଉ ସେହି ସତ ଲୁଚାଇବାକୁ ଯାଇ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ ଦୁର୍ବୃତ । ସମସ୍ତେ ମିଶି ଏମାନଙ୍କୁ ଆକ୍ରମଣ କରୁଥିବାରୁ ଭିଜୁଆଲ କ୍ୟାମେରାରେ କଏଦ ହୋଇଛି ।
ଅବଶ୍ୟ ସେମାନେ ମୋବାଇଲ ଛଡାଇ ନେଇଛନ୍ତି, କିନ୍ତୁ ଆମ ପ୍ରତିନିଧିଙ୍କ ପାଖରେ ରହିଯାଇଥିବା ମୋବାଇଲରେ ଏହି ଭିଜୁଆଲ ରେକର୍ଡ ହୋଇଛି । ତିନି ଜଣ ସାମ୍ବାଦିକ ଆହତ ହୋଇ ପ୍ରଥମେ ବିଂଝାରପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ସେମାନଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା । ଘଟଣା ପରେ ପୁଲିସ ଆଇଜି ନରସିଂହ ଭୋଳ ବିଂଝାରପୁର ପହଂଚି ସ୍ଥିତି ସମୀକ୍ଷା କରିଥିଲେ । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ଆଇଜି ଯାଜପୁର ଏସପି ରାହୁଲ ପିଆରଙ୍କ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2022/02/18-27.jpg)