ମାଟ୍ରିକ ପରୀକ୍ଷାରେ ଆଜି ଗୁରୁତ୍ୱପୂର୍ଣ୍ଣ ବିଷୟ । ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ, କପି ରୋକିବାକୁ ବୋର୍ଡ ପକ୍ଷରୁ କଡା ବନ୍ଦୋବସ୍ତ ।

108

କନକ ବ୍ୟୁରୋ: ଆଜି ମାଟ୍ରିକ ପରୀକ୍ଷାର ଗୁରୁତ୍ୱପୂର୍ଣ୍ଣ ବିଷୟରେ ପରୀକ୍ଷା । ସାହିତ୍ୟ, ଇଂରାଜୀ ପରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କପି ରୋକିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । କେତେକ ପରୀକ୍ଷା କେନ୍ଦ୍ରରୁ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଥିବା ବେଳେ ତ୍ରୁଟି ସୁଧାରିବାକୁ ସଜାଗ ହୋଇଛି ବୋର୍ଡ । ପରୀକ୍ଷା ସୁପରିଚାଳନା ପାଇଁ ଏଥର ବିଶେଷ ବ୍ୟବସ୍ଥା କରିଛି ବୋର୍ଡ ।

ସମ୍ବେଦଶନଶୀଳ ଓ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଏଆଇ କ୍ୟାମେରା ବ୍ୟାବସ୍ଥା କରାଯିବା ସହ ସମସ୍ତ ନୋଡାଲ ସେଣ୍ଟରରେ ଲାଇଭ ଷ୍ଟ୍ରିମିଂ କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଖଞ୍ଜା ଯାଇଛି । ରାଜ୍ୟର ୨ହଜାର ୯୯୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ଲକ୍ଷ ୫୧ ହଜାର ପରୀକ୍ଷାର୍ଥୀ ।