ପାସ୍ ହାରରେ କଟକ-ଜଗତସିଂହପୁର ଆଗରେ, ମାଲକାନଗିରି ପଛରେ ।

916

କନକ ବ୍ୟୁରୋ: ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଏଥର ପାସ୍ ହାରରେ କଟକ-ଜଗତସିଂହପୁରରେ ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍ କରିଛନ୍ତି । ୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ ହୋଇଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଛାତ୍ରୀଙ୍କ ପାସ୍ ହାର ୯୭.୦୫% ଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫% ରହିଛି । ଏନେଇ ବିଧିବଦ୍ଧ ଭାବେ ପୁସ୍ତିକା ଉନ୍ମୋଚନ କରି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ।

ସବୁଠାରୁ ବଡ଼କଥା ହେଲା କଟକ-ଜଗତସିଂହପୁରରେ ମାଟ୍ରିକ୍ ରେଜଲ୍ଟ ପାସ୍ ହାର ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ତେବେ ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟକୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା ଫଳ ଜାଣିହେବ । www.bseodisha.ac.in ୱେବସାଇଟରେ ପରୀକ୍ଷା ଫଳ ଜାଣିହେବ । ସେହିପରି ଏସ୍ଏମ୍ଏସ୍ ପାଇଁ ଓଆର୧୦ ଲେଖି ସ୍ପେସ୍ ଦେଇ ରୋଲ୍ ନମ୍ବର ଦେବାକୁ ପଡ଼ିବ । ଏହା ପରେ ୫୬୭୬୭୫୦କୁ ପଠାଇଲେ ରେଜଲ୍ଟ ମିଳିପାରିବ ।