ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ପାସ୍ ପାର ୯୬.୦୭ ପ୍ରତିଶତ । ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ଓ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ

2,102

କନକ ବ୍ୟୁରୋ: ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ପାସ୍ ପାର ୯୬.୦୭ ପ୍ରତିଶତ ରହିଛି। ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ରହିଥିବାବେଳେ ଓ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ରହିଛି । ଦିନ ୧୧ଟା ୩୦ ସୁଦ୍ଧା ୱେସାଇଟରେ ଉପଲବ୍ଧ ହେବ ରେଜଲ୍ଟ । www.bseodisha.ac.inରେ ମିଳିବ ରେଜଲ୍ଟ । ଇଣ୍ଟରନେଟ୍ ସୁବିଧା ନଥିଲେ ଏସଏମଏସ୍ କରି ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ଏଥିପାଇଁ ହ୍ୱାଟ୍ସଆପରେ R10<RollNo> ଲେଖି 5676750ରେ ମେସେଜ୍ କଲେ ପାଇପାରିବେ ରେଜଲ୍ଟ । ଏହାପରେ ଅପରାହ୍ନ ୪ଟା ସୁଦ୍ଧା ଛାତ୍ରଛାତ୍ରୀ ପାଇପାରିବେ ଡିଜିଟାଲ ସାର୍ଟିଫିକେଟ୍ । ଏଥିପାଇଁ BSE/Hi ଲେଖି 7710058192  ହ୍ୱାଟ୍ସଆପ କରିପାରିବେ ।