୧୬ରୁ ପୁଣି ବର୍ଷା ! ଦକ୍ଷିଣ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ

1,250

କନକ ବ୍ୟୁରୋ : ଆସନ୍ତା ଦୁଇ ଦିନ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ। ଦୁଇ ଦିନ ପରେ ୧୬ ତାରିଖ ଅପରାହ୍ନଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। ଅର୍ଧାଧିକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ଏହା ବ୍ୟତୀତ ୧୬ ଓ ୧୭ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି ଖୋର୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ୧୭ ଓ ୧୮ ତାରିଖରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଆଜି ସକାଳୁ ପାଗ ପ୍ରାୟତଃ ଶୁଖିଲା ରହିଛି। ସମ୍ବଲପୁର, ତାଳଚେର, ଫୁଲବାଣୀରେ ହାଲୁକା ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Comments are closed.