କନକ ବ୍ୟୁରୋ: ଓଡିଆ ଦର୍ଶକଙ୍କ ପାଇଁ ଜୀ ସାର୍ଥକରେ ଆସୁଛି ଆଉ ଏକ ଭିନ୍ନ ଧରଣର ନୂଆ ମେଗା ଧାରାବାହିକ । ଯାହାର ନାଁ ରହିଛି ‘ସାଥୀରେ’ । ଭୁବନେଶ୍ୱରର ଏକ ତାରକା ହୋଟେଲ ପରିସରରେ ‘ସାଥୀରେ’ ଲଞ୍ଚ ହୋଇଛି । ଆସନ୍ତା ଅକ୍ଟୋବର ୩ ତାରିଖ ଠାରୁ ସୋମବାରରୁ ଶନିବାର ରାତି ୮ଟାରେ ଏହି ମେଗା ଧାରାବାହିକ ପ୍ରସାରିତ ହେବ ବୋଲି ଜୀ ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି ।
କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଧାରା ଓ ଅମ୍ବର । ଚୁଲବୁଲି ଅଭିନେତ୍ରୀ ଅନନ୍ୟାଙ୍କୁ ମୁଖ୍ୟ ଭୁମିକା ଧାରା ଚରିତ୍ରରେ ଦେଖିବାକୁ ମିଳିଥିବା ବେଳେ ମ୍ୟୁଜିକ ଭିଡିଓରେ କ୍ୟାରିୟର ଆରମ୍ଭ କରିଥିବା ନବାଗତ ଅଭିଜିତ ଅଭିନୟ କରିଛନ୍ତି ଅମ୍ବର ଭୂମିକାରେ ।
କାହାଣୀରେ ଧାରା ଚୁଲବୁଲି ଚରିତ୍ରଟିଏ । ଯିଏ ପ୍ରତ୍ୟେକ ପରିସ୍ଥିତିକୁ ସାହସର ମୁକାବିଲା କରେ । ସେ ଖୁସି ଓ ଭାଗ୍ୟଶାଳୀ ଝିଅଟି, ଯିଏ କାନ୍ଦିବା ଶିଖିନି ବରଂ ହସି ହି ସବୁ ସମସ୍ୟାର ସମାଧାନ କରିଦିଏ । ଆଉ ଅମ୍ବର ଜଣେ ସଫଳ ବ୍ୟବସାୟୀ ଏବଂ ନିଜ ଲକ୍ଷ୍ୟପଥରେ ପହଞ୍ଚିବାରେ ସବୁବେଳେ ବ୍ୟସ୍ତ । ଏହି ସଫଳ ବ୍ୟବସାୟୀଙ୍କ ମତରେ ମହିଳାମାନେ ସଫଳତାର ରାସ୍ତାରେ ବାଧକ ।
ଦୁହେଁ ଦୁହିଁଙ୍କ ଠାରୁ ସମ୍ପୂର୍ଣ ଭିର୍ଣ୍ଣ । ଏମାନଙ୍କ ଭିତରେ କଣ ପ୍ରେମ ସମ୍ଭବ ହୋଇପାରେ । କଣ ସତରେ ଏକାଠି ହୋଇପାରିବେ ଅମ୍ବର ଓ ଧାରା । ଏହାକୁ ନେଇ ଧାରାବାହିକ ‘ସାଥୀରେ’ ଆଗକୁ ବଢ଼ିଛି ଓ ଅନେକ କିଛି ଏଥିରେ ଦେଖିବାକୁ ମିଳିଛି । ପୂର୍ବରୁ ଜୀ-ସାର୍ଥକର ପ୍ରତିଟି ମେଗା ଧାରାବାହିକକୁ ମିଳିଛି ଦର୍ଶକୀୟ ଆଦୃତି । ଏଥର ବି ଏହି ନୂଆ ଧାରାବାହିକ ‘ସାଥୀରେ’କୁ ଓଡିଆ ଦର୍ଶକ ନିଶ୍ଚିତ ଭଲପାଇବେ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି । ଆସନ୍ତା ଅକ୍ଟୋବର ୩ ତାରିଖ ଠାରୁ ସୋମବାରରୁ ଶନିବାର ରାତି ୮ଟାରେ ଏହି ମେଗା ଧାରାବାହିକ ପ୍ରସାରିତ ହେବ ବୋଲି ଜୀ ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2022/09/WhatsApp-Image-2022-09-26-at-8.33.04-PM.jpeg)