କନକ ବ୍ୟୁରୋ: କାଳବୈଶାଖୀ ବର୍ଷା ପରେ ପୁଣି ଉପରମୁହାଁ ପାରଦ । ଶନିବାର ୩୮ ଡିଗ୍ରୀ ତାପମାତ୍ରା ସହ ସବୁଠୁ ତତଲା ସହର ପାଲଟିଥିଲା ବଲାଙ୍ଗିର । ୩୭ ଡିଗ୍ରୀ ଉପରେ ରହିଥିଲା ୫ଟି ସହରର ତାପମାତ୍ରା । ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢ଼ିବା ସହ ୪୦ ଡିଗ୍ରୀ ପାରି କରିବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଗକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।