ଆହୁରି ଦୁଇ ସପ୍ତାହ କଲବଲ କରିବ ତାତି । ପାରଦ ଛୁଇଁପାରେ ୪୬ ଡିଗ୍ରୀ ।

206

କନକ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି । ସେହିପରି ଟିଟିଲାଗଡ଼, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ ସମେତ ବାରିପଦା, ଯାଜପୁର, ଭଦ୍ରକରେ ୪୪ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ସେହିପରି ୨୭ ତାରିଖ ଅର୍ଥାତ ଶନିବାର ପାଇଁ ୧୫ ଜିଲ୍ଲାରେ ହୋଇପାରେ ଭୀଷଣ ଗ୍ରୀଷ୍ମ ପ୍ରବାହ । ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ୨୮ ଓ ୨୯ ତାରିଖରେ ମଧ୍ୟ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ସାରା ଓଡିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।