କନକ ବ୍ୟୁରୋ : ତିନି ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ୭ଟି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ସେହିପରି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ୧ତାରିଖରୁ ୨ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୧୦ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/post_attachments/wp-content/uploads/2024/07/PTI07-10-2022-000170A-0_1657527588311_1666084392524_1666084392524.jpg)