ପଶ୍ଚିମ ଓଡିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । 

579

କନକ ବ୍ୟୁରୋ: ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ସତର୍କ କଲେ ଏସଆରସି । ବିଶେଷ କରି  ପଶ୍ଚିମ ଓଡିଶା ପାଇଁ  ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏନେଇ ସତର୍କ କରାଇଛନ୍ତି ଏସଆରସି । ଅଂଶୁଘାତ ମୁକାବିଲା ପାଇଁ ସବୁ ଡାକ୍ତରଖାନାକୁ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟରେ ଆହୁରି ଦୁଇ ଦିନ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୨ରୁ ୪ ଡିଗ୍ରୀ ବଢିପାରେ ତାପମାତ୍ରା । ପଶ୍ଚିମ ଓଡ଼ିଶାରେରେ ପ୍ରବଳ ତାତି ଅନୁଭୂତ ହେବ । ସେହିପରି ଉପକୂଳରେ ତାତି ସହ ଗୁଳୁଗୁଳି ଅଧିକ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ  ।  ହିଟୱେଭ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ହୋଇଛି ତାତି । ମଙ୍ଗଳବାର ୪୫ ଦଶମିକ ୯ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତପ୍ତ ସହର ହୋଇଛି । ସେହିପରି ସୋନପୁରରେ ୪୫. ୩ଡିଗ୍ରୀ ଓ ଟିଟିଲାଗଡ଼ରେ ତାପମାତ୍ରା ୪୫ଡିଗ୍ରୀ ରେକର୍ଡ କରାଯାଇଛି । ବାତ୍ୟା ରେମାଲ ପ୍ରଭାବରେ କିଛି ଦିନ ଧରି ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ କମିଥିଲା । କିନ୍ତୁ ବାତ୍ୟା ଚାଲିଯିବା ପରେ ପୁଣି ପଶ୍ଚିମା ଉଷ୍ମ ବାୟୁ ପ୍ରବାହ ଆରମ୍ଭ ହୋଇଛି । ଫଳରେ ପଶ୍ଚିମ ଓଡ଼ିଶାରେ ତାତି ବଢ଼ିବା ସହ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିଥିବାରୁ ଅଧିକ ଗରମ ଅନୁଭୂତ ହେଉଛି । ୭ଟି ଅଞ୍ଚଳରେ ୪୪ଡିଗ୍ରୀ ଉପରେ ରହିଛି ତାପମାତ୍ରା ଏବଂ ମୋଟ୍ ୧୭ଟି ସ୍ଥାନରେ ୪୦ଡିଗ୍ରୀ ଉପରେ ରହିଛି ତାତି ।