କନକ ବ୍ୟୁରୋ: ଆଜି ଦିନ ୧ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ ଏସମ୍ବନ୍ଧରେ କୁହାଯାଇଛି ।
ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ବର୍ଷା ସହ କିଛି ସ୍ଥାନରେ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଓଡିଶାର ବାକି ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।
ଏତଦ୍ବ୍ୟତୀତ ମାର୍ଚ୍ଚ ୩୦ ତାରିଖ ଠାରୁ ଅପ୍ରେଲ ୨ ତାରଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରହାହ ଅନୁଭୂତ ହେବ ବୋଲି ସତର୍କ କରାଇଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧ୍ୟାହ୍ନ ପରେ ଲୋକମାନଙ୍କୁ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/03/3-15.jpg)