ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । କରିବେ କୃଷି ଭବନ ପରିଦର୍ଶନ । ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ଆଲୋଚନା ।

377

କନକ ବ୍ୟୁରୋ: ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଫେବ୍ରୁଆରି ୨୮ରେ ଓଡ଼ିଶାରେ ପହଂଚିବା ସହ କୃଷି ଭବନ ପରିଦର୍ଶନ କରିବେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।