ଆଉ କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ମିଗଜୋମ । ୯ କିଲୋମିଟର ବେଗରେ କରୁଛି ଗତି

374

କନକ ବ୍ୟୁରୋ : ଆଉ କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ବାତ୍ୟା ମିଗଜୋମ । ଆନ୍ଧ୍ର ଉପକୁଳ ବାପାଟଲାରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏବେ ୯ କିଲୋମିଟର ବେଗରେ ଗତି କରୁଛି । ଏବେ ଉତର-ଉତର ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । ନେଲୋରରୁ ୩୦ କିଲୋମିଟର ଓ ବାପାଟଲାରୁ ୧୩୦କିଲୋମିଟର ଦୂରରେ ରହିଛି ମିଗଜୋମ ।
ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୧୦୦ କିଲୋମିଟର ରହିବ । ପବନର ଝଟକା ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ଲ୍ୟାଣ୍ଡଫଲ ସମୟରେ ଆନ୍ଧ୍ର ଉପକୂଳରେ ଉଠିପାରେ ଦେଢ଼ ମିଟର ପର୍ଯ୍ୟନ୍ତ ଜୁଆର । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ମିଗଜୋମ ଏବେ ବଙ୍ଗୋପସାଗରରେ ବଳ ଗୋଟାଇ ଅଧିକ ଘନୀଭୂତ ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ଏହାର ପ୍ରଭାବରେ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଭୋରରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଲାଗିରହିଛି ବର୍ଷା । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ୧୨ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶା ଉପରେ ବିଶେଷ ପ୍ରଭାବ ନାହିଁ ବୋଲି ଆଇଏମଡି କହିଛି ।