କନକ ବ୍ୟୁରୋ : ନବୀନଙ୍କ ମନ୍ତ୍ରୀମଣ୍ଡଳରେ ହୋଇପାରେ ବଡ ପରିବର୍ତ୍ତନ । ନବୀନଙ୍କ ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀଙ୍କୁ ଏକକାଳୀନ ଇସ୍ତଫା ଦେବାକୁ ନିର୍ଦ୍ଦେଶ ମିଳିଥିବା ନେଇ ସୂଚନା ମିଳିଛି । ଆଉ ଏହାସହ ପୁଣିଥରେ ନୂଆ ମନ୍ତ୍ରୀମଣ୍ଡଳ ପାଇଁ ବାଟ ଫିଟିଛି । ନବୀନଙ୍କ ପଞ୍ଚମ ପାଳିରେ ଏଯାବତ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହୋଇନାହିଁ ।

Advertisment

୨୦୧୯ ନିର୍ବାଚନରେ ବିଜେଡି ସରକାରକୁ ଆସିବା ସହ ନୂଆ ମନ୍ତ୍ରୀମଣ୍ଡଳ ଗଠନ ସହ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ନବୀନ । ତେବେ ଦୀର୍ଘ ୩ ବର୍ଷ ବିତି ଯାଇଥିଲେ ମଧ୍ୟ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିନଥିଲେ ନବୀନ । ପୂର୍ବରୁ ବାରମ୍ବାର ମନ୍ତ୍ରୀମଣ୍ଡଳର ପରିବର୍ତ୍ତନ ନେଇ ଚର୍ଚ୍ଚା ହୋଇଥିଲା । ତେବେ କୌଣସି କାରଣରୁ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ବିଳମ୍ବିତ ହୋଇଥିଲା । କିନ୍ତୁ ଏବେ ମିଳିଥିବା ସୂଚନା ଅନୁଯାୟୀ ଦଳର କିଛି ବରିଷ୍ଠ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି । ଯାହା ଦର୍ଶାଉଛି ଖୁବଶୀଘ୍ର ନୂଆ ମନ୍ତ୍ରୀମଣ୍ଡଳ ଗଠନ କରିପାରନ୍ତି ନବୀନ ।