କନକ ବ୍ୟୁରୋ: ପୁଣି ବିଧାନସଭାରେ ପୂର୍ବ ସରକାରକୁ ଘେରିଲେ ମନ୍ତ୍ରୀ। ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନ କାର୍ଡ। ବିଧାନସଭାରେ ଏପରି ଏକ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଭାଗ ଭୂତ ହିତାଧିକାରୀ ଏବଂ ଧନୀ ଲୋକଙ୍କୁ ରାସନ କାର୍ଡରୁ ବାଦ ଦେଉଛନ୍ତି। ଗରିବ ଲୋକଙ୍କୁ ବାଦ ଦିଆଯାଉନି କି ଯିବ ନାହିଁ। ସେହିପରି ଆହୁରି କହିଛନ୍ତି, ବିଜେଡି ସରକାର ସମୟରେ ରାସନ ଡିଲର ସବୁ ଖାଇ ଖୋଳ କରିଦେଇଛନ୍ତି। ନିର୍ବାଚନ ବେଳେ ସେଇମାନେ ବିଜେଡି ପାଇଁ ଟଙ୍କା ବାଣ୍ଟୁ ଥିଲେ। ଯଦି ବର୍ତ୍ତମାନ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।

Advertisment