କନକ ବ୍ୟୁରୋ : ଆୟକର ବିଭାଗର ଚଢାଉ ଉପରେ ସୋସିଆଲ ମିଡିଆରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦୀ ଗ୍ୟାରେଂଟି କଥା ଦୋହରାଇଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗୋଟି ଗୋଟି କରି ଜନତାଙ୍କ ଠାରୁ ହରିଲୁଟ୍ ହୋଇଥିବା ଅର୍ଥ ଆଦାୟ କରାଯିବ । ଏହା ସହ ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହା ହେଉଛି ମୋଦୀଙ୍କ ଗ୍ୟାରେଂଟି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହା ସହ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ନୈତିକତାର କଥା କହୁଥିବା କିଛି ରାଜନୈତିକ ଦଳର ନେତାମାନେ ଏହି ଘଟଣାରେ ନୀରବ ଥିବାରୁ ସାଧାରଣ ଜନତାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି । ଏହି ବେନାମୀ ଅର୍ଥର ମୂଳ ଉତ୍ସ କେଉଁଠି? ଘଟଣାର ସତ୍ୟାସତ୍ୟ କ’ଣ? ଜବତ ହୋଇଥିବା କଳାଧନ ସହ ଓଡ଼ିଶାର କିଛି ମୁଷ୍ଟିମେୟ ଲୋକଙ୍କ ସଂପର୍କ ଅଛି କି? ସଚ୍ଚୋଟତାର ଡିଣ୍ଡିମ ପିଟୁଥିବା କିଛି ଲୋକମାନେ ଏହି ଘଟଣାରେ ଚୁପ୍ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ଭଳି ରାଜ୍ୟରୁ ଏକାସଙ୍ଗେ ଏତେ ପରିମାଣର ବେନାମୀ ଅର୍ଥ ଜବତ ହେବା ଚିନ୍ତାର ବିଷୟ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us