ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲା : ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

314

କନକ ବ୍ୟୁରୋ : ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଗତ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବ୍ରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସୀ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତୀର ପରୀକ୍ଷା କରିଥିଲେ ।