ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଖୁବଶୀଘ୍ର କନ୍ଧମାଳରୁ ଭୁବନେଶ୍ୱରକୁ କରାଯିବ ଏୟାରଲିଫ୍ଟ ।

339

କନକ ବ୍ୟୁରୋ : ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । କନ୍ଧମାଳ ଗସ୍ତରେ ଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବା ସୂଚନା ମିଳିଛି । ଫୁଲବାଣୀ ସର୍କିଟ ହାଉସରେ ଥିବା ବେଳେ ଅସୁସ୍ଥ ହେଲେ ପ୍ରତାପ । ଦେହରେ ଜ୍ୱର ସହ ନିଃଶ୍ୱାସ ଓ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା ନେଇ ସୂଚନା ମିଳିଛି । ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଡାକ୍ତରୀ ଟିମ୍ ନଜର ରଖିଛି । ଉତ୍ତମ ଚିକିତ୍ସା ପାଇଁ ଖୁବଶୀଘ୍ର ମନ୍ତ୍ରୀଙ୍କୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇପାରେ ବୋଲି ଖବର ଆସୁଛି ।ଭୁବନେଶ୍ୱରରୁ ଏୟାର ଆମ୍ବୁଲାନ୍ସ ଫୁଲବାଣୀ ଯାଉଥିବା ସୂଚନା ମିଳିଛି ।ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଗସ୍ତରେ ଥିଲେ ମନ୍ତ୍ରୀ ପ୍ରତାପ ଜେନା ।

ମାସେ ପୂର୍ବରୁ ମଧ୍ୟ ପ୍ରତାପ ଜେନା ଅସୁସ୍ଥ ହୋଇଥିଲେ । ସେତେବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଥିଲା  ।