ପୋଲିଂ କେନ୍ଦ୍ରକୁ ମୋବାଇଲ ମନା । ଉଭୟ ଅଧିକାରୀ ଓ ଭୋଟରଙ୍କୁ ମୋବାଇଲ ନନେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅପିଲ ।

112

କନକ ବ୍ୟୁରୋ: ଆଜି ରାଜ୍ୟ ଦେଉଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳୁ ସକାଳୁ ସବୁ ବୁଥରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ । ଏହା ଭିତରେ କିଛି ବୁଥରେ ଭୋଟର ମୋବାଇଲ ନେଇଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନକରିବାକୁ ଉଭୟ ଭୋଟର ଓ ଅଧିକାରୀଙ୍କୁ ଅପିଲ କରିଛନ୍ତିି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଅନ୍ୟପଟେ ଭୁବନେଶ୍ୱର ନୟାପଲ୍ଲୀର ଏକ ବୁଥରେ ପୋଲିଂ କେନ୍ଦ୍ରକୁ ମୋବାଇଲ ନେଇ ପ୍ରବେଶ କରିବା ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା ।