କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମତେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହାର ସୂଚନା ମିଳିଛି । ସେହିପରି ୫ରୁ ୬ ତାରିଖ ମଧ୍ୟରେ ବର୍ଷାର ପରିମାଣ କମ୍‌ ରହିବ । କିନ୍ତୁ ୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭବାନା ରହିବ ବୋଲି ପାଣିପାଗ ବିଭାଗ କହିଛି ।

Advertisment
ତେବେ ବର୍ଷା ପରିମାଣ ୭ରୁ ୮ ତାରିଖ ପର‌୍ୟ୍ୟନ୍ତ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ । ତେବେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼ ଓ ଝାରୁସୁଗୁଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୭ରୁ ୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା ରହିଛି । ତେଣୁ ଏସବୁ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ଆଗୁଆ ସୂଚନା ଦିଆଯାଇଛି ।